ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୨ ଆକ୍ରାନ୍ତ, ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩୪୯୮କୁ ବୃଦ୍ଧି ପାଇଲା

ଭୁବନେଶ୍ଵର,(ଓଡିଶା ଟାଇମ୍) : ରାଜ୍ୟରେ ଆଜି ଆଉ ୧୧୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୯୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୭ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ପୁରୀ ଜିଲ୍ଲାରୁ ୧୫ ଜଣ, ବୌଦ୍ଧ ଜିଲ୍ଲାରୁ ୩ ଜଣ, ଗଜପତି ଜିଲ୍ଲାରୁ ୫ ଜଣ, ସମ୍ବଲପୁର ଜିଲ୍ଲାରୁ ୫ ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ ଜଣ, ଝାରସୁଗୁଡା ଜିଲ୍ଲାରୁ ୨ ଜଣ, ମାଲକାନଗିରି ଜିଲ୍ଲାରୁ ୩ ଜଣ, କେନ୍ଦୁଝର ଜିଲ୍ଲାରୁ ୫ ଜଣ, ଯାଜପୁର ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮ ଜଣ, ଅନୁଗୋଳ ଜିଲ୍ଲାରୁ ୬ ଜଣ, ଦେବଗଡ ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ୩ ଜଣ, ଗଞ୍ଜାମ ଜିଲ୍ଲାରୁ ୬ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭ ଜଣ, ବାଲେଶ୍ବର ଜିଲ୍ଲାରୁ ୫ ଜଣ, ନୟାଗଡ ଜିଲ୍ଲରାୁ ୪ ଜଣ ରହିଛନ୍ତି । ସେହିଭଳି ଓଡ୍ରାଫ୍/ଏନଡିଆରଏଫ/ଅଗ୍ନିଶମ ସେବାର ୨୧ କର୍ମଚାରୀ ସଂକ୍ରମିତ ହୋଇଛନ୍ତି ।

Leave a Reply

Your email address will not be published. Required fields are marked *