ରାଜ୍ୟରେ କରୋନା ନେଲା ଆଉ ୧୪ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି କରୋନା ଆଉ ୧୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୧୩୫ କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

୧୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କଟକ ଜିଲ୍ଲାରୁ ୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୨, ମୟୂରଭଞ୍ଜ, ପୁରୀ, ଢେଙ୍କାନାଳ, କନ୍ଧମାଳ, ବଲାଙ୍ଗୀର, ସମ୍ବଲପୁରରୁ ଜଣେ ଲେଖାଏଁ  ରହିଛନ୍ତି ।

ଅନ୍ୟପଟେ,୨୪ ଘଣ୍ଟା ମଧ୍ୟରେ ୨୦୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬୮୩୬୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୬୮ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୮୫୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published. Required fields are marked *