ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୩୯୩ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୪୯୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୯୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଏଁ, ମୟୁରଭଞ୍ଜ, ବରଗଡ ଜିଲ୍ଲାରୁ ୨ଜଣ ଲେଖାଏଁ, କଟକ, ମାଲକାନଗିରି, ବଲାଙ୍ଗୀର, ପୁରୀ ଏବଂ ବାଲେଶ୍ବର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ଅନ୍ୟପଟେ, ରାଜ୍ୟରେ  ଗତ ୨୪ ଘଣ୍ଟା ମଧ୍ୟରେ ୧୪୯୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୮୭୬୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୬୭ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୬୨୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published. Required fields are marked *