ରାଜ୍ୟରେ କରୋନା ନେଲା ଆଉ ୧୭ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍):ଗତ ୨୪ ଘଣ୍ଟା ମଧ୍ୟରେ ୧୦୦୩୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା , କଳାହାଣ୍ଡି , ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ରହିଥିବା ବେଳେ ପୁରୀରୁ ୨ ଜଣ ରହିଛନ୍ତି । ସେହିପରି ଅନୁଗୁଳ, ବଲାଙ୍ଗୀର ଓ ଢ଼େଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି ।

Leave a Reply

Your email address will not be published. Required fields are marked *