ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୧୮୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍):ଗତ ୨୪ ଘଣ୍ଟା ମଧ୍ୟରେ ୧୦୬୩୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ କଳାହାଣ୍ଡିରୁ ୩ ଜଣ, ଖୋର୍ଦ୍ଧାରୁ ୩ ଜଣ ରହିଥିବା ବେଳେ ଅନୁଗୁଳ, ବଲାଙ୍ଗୀର, ଭଦ୍ରକ , ଢ଼େଙ୍କାନଳ, ଗଞ୍ଜାମ, ଗଜପତି, ଯାଜପୁର, ଝାରସୁଗୁଡ଼ା, ପୁରୀ, ରାୟଗଡ଼ା, ସମ୍ବଲପୁର, ସୋନପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ରହିଛନ୍ତି ।

Leave a Reply

Your email address will not be published. Required fields are marked *