ରାଜ୍ୟରେ ଚିହ୍ନଟ ହେଲେ ସର୍ବାଧିକ ୨୨୫ କରୋନା ସଂକ୍ରମିତ, ୩୭୨୩କୁ ବୃଦ୍ଧି
ଭୁବନେଶ୍ବର, (ଓଡିଶା ଟାଇମ ) : ରାଜ୍ୟରେ ଆଜି ଆଉ ୨୨୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୭୨୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୬ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୨୯ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୭୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୨୩୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୪୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୦ ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।