ହୀରାକୁଦରେ ହ୍ରାସ ପାଉଛି ଜଳସ୍ତର : ୨୪ଟି ଗେଟ ଦେଇ ହେଉଛି ଜଳ ନିଷ୍କାସନ

ଭୁବନେଶ୍ବର, (ଓଡିଶା ଟାଇମ୍):  ହୀରାକୁଦ ନଦୀବନ୍ଧରେ ଜଳସ୍ତର କମିବା ସହ ମହାନଦୀରେ ବନ୍ୟା ପରିସ୍ଥିତି ଦିନକୁ ଦିନ ସ୍ୱାଭାବିକ ହେବାରେ ଲାଗିଛି । ଜଳସଂପଦ ବିଭାଗ ସୁତ୍ରରୁ ମିଳିଥିବା ତଥ୍ୟ ଅନୁସାରେ ହୀରାକୁଦ ଜଳ ଭଣ୍ଡାରର ଏବେ ୨୪ଟି ଗେଟ ଖୋଲା ରହିଛି । ତା’ ମଧ୍ୟରେ ବାମ ସ୍ପିଲେଓ୍ଵର ୧୫ଟି ଓ ଡାହାଣ ସ୍ପିଲେଓ୍ଵର ୯ଟି ଗେଟ ଅନ୍ତର୍ଭୁକ୍ତ ।

ଡ଼୍ୟାମ ମଧ୍ୟକୁ ୩ ଲକ୍ଷ ୪୦ ହଜାର ୨୦୬ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ଡ଼୍ୟାମରୁ ୪ଲକ୍ଷ ୦୩ ହଜାର ୭୩୫ କ୍ୟୁସେକ ଜଳ ନିଷ୍କାସନ ହେଉଛି। ଜଳ ଧାରଣର କ୍ଷମତା ୬୩୦ ଫୁଟ ରହିଥିବା ବେଳେ ଏବେ ଜଳସ୍ତର ୬୨୫.୨୧ ଫୁଟ ରହିଛି। ଏହାସହ କଟକ ମୁଣ୍ଡଳିରେ ୭ ଲକ୍ଷ ୮୩ ହଜାର ୭୭୦ କ୍ୟୁସେକ ଜଳ ପ୍ରବାହିତ ହେଉଛି ବୋଲି ସୂଚନା ମିଳିଛି।

 

Leave a Reply

Your email address will not be published. Required fields are marked *