୨୪ ଘଣ୍ଟାରେ ବାହାରିଲେ ୨୬୩ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍):ଗତ ୨୪ ଘଣ୍ଟା ମଧ୍ୟରେ ୨୬୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୪୯୬୨ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୩ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୧୦ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୪ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୨୯ ଜଣ, କଟକରୁ ୨୧ ଜଣ, ଯାଜପୁରରୁ ୧୦ ଜଣ, ସମ୍ବଲପୁର ଓ ଗଜପତି ଜିଲ୍ଲାରୁ ୯ ଜଣ ଲେଖାଁଏ, ବାଲେଶ୍ବର, ଦେବଗଡ଼ ଓ ପୁରୀ ଜିଲ୍ଲାରୁ ୭ ଜଣ ଲେଖାଁଏ, ସମ୍ବଲପୁରରୁ ୬ ଜଣ, ଢ଼େଙ୍କାନାଳରୁ ୫ ଜଣ, ମୟୂରଭଞ୍ଜରୁ ୪ ଜଣ, ଗଞ୍ଜାମରୁ ୩ ଜଣ, ଭଦ୍ରକ, ବଲାଙ୍ଗୀର, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ନବରଙ୍ଗପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, ଝାରସୁଗୁଡ଼ା ଓ କୋରାପୁଟ ଜିଲ୍ଲାରୁ ଜଣେ ଲେଖାଁଏ ରହିଛନ୍ତି ।

Leave a Reply

Your email address will not be published. Required fields are marked *