ରାଜ୍ୟରେ ସୁସ୍ଥ ହେଲେ ଆଉ ୩୧୨୦ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ସୁସ୍ଥ ହେଲେ ଆଉ ୩୧୨୦ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୯ ଲକ୍ଷ ୯ ହଜାର ୬୩୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୫୯୫ ଜଣ ରହିଛନ୍ତି ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୩୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୩୭୪୭୦ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୪୨ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୯୯୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ୨୬୩୬୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୯ ହଜାର ୬୩୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୪୪୯୦୦୨୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *