୨୪ଘଣ୍ଟାରେ ଗଲା ୩୨ଜଣଙ୍କ ପ୍ରାଣ
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୧୧୦୫୯ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୧୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ଜଣ ହୋଇଥିବା ବେଳେ କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ଅନ୍ୟପଟେ ନବରଙ୍ଗପୁର , ପୁରୀ, ରାୟଗଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଗଜପତି, ଗଞ୍ଜାମ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୦୩୪୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୧୧୨୬୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୫୮୯୬୧୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନାରେ ମୋଟ ମୃତକଙ୍କ ସଂଖ୍ୟା ୨୫୧୬ରେ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ରହିଛି । ଏବେ ସୁଦ୍ଧା ରାଜ୍ୟରେ ୧୧୩୭୫୦୭୬ସାମ୍ପୁଲ ଟେଷ୍ଟ୍ ହୋଇଛି ।