୨୪ଘଣ୍ଟାରେ ଗଲା ୩୩ଜଣଙ୍କ ପ୍ରାଣ, ୨୫୪୯ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୧୦୯୩୯ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୪୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୧୪୩୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୧୦୫୫୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୬୦୧୨୨୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନାରେ ମୋଟ ମୃତକଙ୍କ ସଂଖ୍ୟା ୨୫୪୯ରେ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ରହିଛି । ଏବେ ସୁଦ୍ଧା ରାଜ୍ୟରେ ୧୧୪୩୭୩୩୭ସାମ୍ପୁଲ ଟେଷ୍ଟ୍ ହୋଇଛି ।