ରାଜ୍ୟରେ ସୁସ୍ଥ ହେଲେ ଆଉ ୩୩୦୩ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ଆଉ ୩୩୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୮୪,୦୭୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ସମସ୍ତ ଆରୋଗ୍ୟଙ୍କ ମଧ୍ୟରୁ କଟକରୁ ୬୫୦, ଖୋର୍ଦ୍ଧାରୁ ୪୯୩, ଯାଜପୁରରୁ ୨୧୩, ଗଞ୍ଜାମରୁ ୨୦୯, ରାୟଗଡାରୁ ୧୮୫, ସମ୍ବଲପୁରରୁ ୧୭୨, କୋରାପୁଟରୁ ୧୪୯, ପୁରୀରୁ ୧୨୮, ନୟାଗଡରୁ ୧୨୫, ମୟୂରଭଞ୍ଜରୁ ୧୦୪, କେନ୍ଦୁଝରରୁ ୯୦, ଅନୁଗୁଳରୁ ୮୦, ସୁନ୍ଦରଗଡରୁ ୮୭, ବାଲେଶ୍ୱରରୁ ୭୯, ମାଲକାନଗିରିରୁ ୭୬, କନ୍ଧମାଳରୁ ୫୫, ଭଦ୍ରକରୁ ୪୯, ଜଗତସିଂହପୁରରୁ ୪୯, ବଲାଙ୍ଗିରରୁ ୪୭, ଗଜପତିରୁ ୩୭, ବରଗଡରୁ ୩୫, ନୂଆପଡାରୁ ୩୫, ନବରଙ୍ଗପୁରରୁ ୩୪, ଢେଙ୍କାନାଳରୁ ୩୨, କେନ୍ଦ୍ରାପଡାରୁ ୩୦, ସୋନପୁରରୁ ୨୫, କଳାହାଣ୍ଡିରୁ ୧୪, ଝାରସୁଗୁଡାରୁ ୧୩, ଦେବଗଡରୁ ୮ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।

ଅନ୍ୟପଟେ, ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୨୧୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୦୯,୭୮୦ ରେ ପହଞ୍ଚିଛି ।

ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୩୧ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୨୮୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published. Required fields are marked *