୨୪ଘଣ୍ଟାରେ ଗଲା ୩୫ଜଣଙ୍କ ପ୍ରାଣ, ୨୫୮୪ ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୧୧୬୨୩ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା୨୫୮୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଅନୁଗୋଳ ଓ ଖୋର୍ଦ୍ଧାରୁ ଜଣ ଲେଖାଏଁ ପ୍ରାଣ ହରାଇଥିବା ବେଳେ ନବରଙ୍ଗପୁର ଓ ସୁନ୍ଦରଗଡରୁ ୪, ଝାରସୁଗୁଡା, କଳାହାଣ୍ଡି ଓ କୋରାପୁଟରୁ ୨ ଜଣ ଲେଖାଏଁ, ରାୟଗଡା, ଭଦ୍ରକ, ବୌଦ୍ଧ, କଟକ, ଗଞ୍ଜାମ, ଜଗତସିଂପୁର, କେନ୍ଦୁଝର ଓ ନୟାଗଡରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି ।

ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୬୨୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୨୬୦୦୩ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୫୦୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୧୧୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published. Required fields are marked *