କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟାରେ ୩୨୭ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୪୦ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମହାମାରୀ କରୋନାରେ ବାଲେଶ୍ଵରରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଭୁବନେଶ୍ଵରରୁ ଜଣେ, ଜଗତସିଂହପୁରରୁ ଜଣେ ଏବଂ ପୁରୀରୁ ଜଣଙ୍କର ମୃତ୍ୟୁ ହୋଇଛି।