କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୫୮୦ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୧୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୨ଜଣ ରହିଥିବା ବେଳେ ଜଗତସିଂହପୁର ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।