ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୩ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୩୦୩୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୬୩୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ ରହିଥିବା ବେଳେ ବରଗଡ଼, କଟକରୁ ୫ ଜଣ ଲେଖାଏଁ ରହିଛନ୍ତି। ଝାରସୁଗୁଡ଼ା, ପୁରୀରୁ ୪-୪ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଗଞ୍ଜାମ, କୋରାପୁଟରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, ରାୟଗଡ଼ାରୁ ଜଣେ ଲେଖାଏଁ ରହିଛନ୍ତି ।

Leave a Reply

Your email address will not be published. Required fields are marked *