ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୪ ଜଣଙ୍କ ଜୀବନ
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୩୬୫୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୭୬୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ ରହିଥିବା ବେଳେ ବରଗଡ଼, କଟକ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଅନୁଗୁଳ , ପୁରୀ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଜଗତସିଂହପୁର , କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ରହିଥିବା ବେଳେ ନୟାଗଡ଼, ସମ୍ବଲପୁର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ବୌଦ୍ଧ, ଢେଙ୍କନାଳ, ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।