ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୬ ଜଣଙ୍କ ଜୀବନ
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୩୪୫୬ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୭୧୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ ରହିଥିବା ବେଳେ ବରଗଡ଼, କଟକ , ପୁରୀ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଝାରସୁଗୁଡ଼ା, ସମ୍ବଲପୁର ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଜଗତସିଂହପୁର , ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଗଞ୍ଜାମ, କଳାହାଣ୍ଡି, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ କନ୍ଧମାଳ, କେନ୍ଦ୍ରାପଡ଼ା , କୋରାପୁଟ, ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।