ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ
ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୩୪୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୯୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୫ ମୃତକଙ୍କ ମଧ୍ୟରୁ ବଲାଙ୍ଗୀର, ଖୋର୍ଦ୍ଧା, କେନ୍ଦୁଝର, ମୟୁରଭଞ୍ଜ ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଅନ୍ୟପଟେ, ଗତ ୨୪ ଘଣ୍ଟା ମଧ୍ୟରେ ୩୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୨୬୪୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୭ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୪୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।