୨୪ ଘଣ୍ଟାରେ ବାହାରିଲେ ୫୯୩ କୋଭିଡ୍ ପଜିଟିଭ୍
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୫୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୯୪୧୨ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪୬ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୨୪୭ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୮୦ ଜଣ ପଜିଟିଭ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲା ୮୪ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨୨ଜଣ, ଯାଜପୁର ଜିଲ୍ଲାରୁ ୧୪ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୯୦ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୭ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୨୩ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍ରୁ ୬୬ଜଣ ରହିଛନ୍ତି ।