୨୪ ଘଣ୍ଟାରେ ବାହାରିଲେ ୬୨୮ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଅଗଷ୍ଟ ପରେ ସେପ୍ଟେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୮୯୨୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬୭ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୬୧ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୯୬ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୨୨ ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀରରୁ ଜଣେ, କଟକ ଜିଲ୍ଲାରୁ ୭୨ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୨ ଜଣ, ଗଞ୍ଜାମରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୨୬ ଜଣ, ଯାଜପୁର ଜିଲ୍ଲାରୁ ୧୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ  ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୯୧ଜଣ, କୋରାପୁଟ ଜିଲ୍ଲାରୁ ୧୬ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୩ ଜଣ, ଷ୍ଟେଟ୍‌ ପୁଲ୍‌ରୁ ୬୬ଜଣ ରହିଛନ୍ତି ।

Leave a Reply

Your email address will not be published. Required fields are marked *