ରାଜ୍ୟରେ କରୋନା ନେଲା ୬୬ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ୨୪ ଘଣ୍ଟା ମଧ୍ୟରେ ୯୧୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୨୮୯ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଜଗତସିଂହପୁର ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୧୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, ଅନୁଗୁଳ ଏବଂ ଯାଜପୁର ଜିଲ୍ଲାରୁ ୬ଜଣ ଲେଖାଏଁ ରହିଛନ୍ତି । ଭଦ୍ରକ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ରହିଛନ୍ତି । କେନ୍ଦୁଝର, ମୟୁରଭଞ୍ଜ, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି ।

Leave a Reply

Your email address will not be published. Required fields are marked *