ରାଜ୍ୟରେ କରୋନା ନେଲା ୬୬ ଜଣଙ୍କ ଜୀବନ
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୮୪୯ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୬୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ଜଗତସିଂହପୁର ଓ ବରଗଡ଼ ଜିଲ୍ଲାରୁ ୮ଜଣ ଲେଖାଏଁ ରହିଛନ୍ତି । ଯାଜପୁର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ ରହିଛନ୍ତି । ସୁନ୍ଦରଗଡ଼, କଳାହାଣ୍ଡି, ଝାରସୁଗୁଡ଼ା, ଢେଙ୍କାନାଳ, ଦେବଗଡ଼, ବଲାଙ୍ଗୀର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଖୋର୍ଦ୍ଧା, ପୁରୀ, ରାୟଗଡ଼ା, ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।