ରାଜ୍ୟରେ କରୋନା ନେଲା ୬୭ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧୦୭ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୬୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୫ଜଣ ରହିଛନ୍ତି । କେନ୍ଦ୍ରାପଡ଼ା, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ସୋନପୁର, ଢେଙ୍କାନାଳ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ବାଲେଶ୍ୱର, ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ, ଜଗତସିଂହପୁର, କଳାହାଣ୍ଡି, କେନ୍ଦୁଝର, ନୂଆପଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave a Reply

Your email address will not be published. Required fields are marked *