ରାଜ୍ୟରେ କରୋନା ନେଲା ୬୭ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୬୦୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୭ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୯୦୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୨୦ଜଣ, ଅନୁଗୁଳ ଓ ଜଗତସିଂହପୁର ଜିଲ୍ଲାରୁ ୯ଜଣ ଲେଖାଏଁ , ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୪ଜଣ ରହିଛନ୍ତି । କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଭଦ୍ରକ , ଢେଙ୍କାନାଳ, ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । କଳାହାଣ୍ଡି, ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave a Reply

Your email address will not be published. Required fields are marked *