ରାଜ୍ୟରେ ଆଉ ୬୮୭ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ବର, (ଓଡିଶା ଟାଇମ୍) :ଗତ ୨୪ ଘଣ୍ଟାରେ ୬୮୭ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୧୮ ହଜାର ଟପି ୧୮୦୬୦ରେ ପହଞ୍ଚିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ମଙ୍ଗଳବାର ଟ୍ଵିଟ୍ କରାଯାଇ ଏହାର ସୂଚନା ଦିଆଯାଇଛି।
ସ୍ଵାସ୍ଥ୍ୟ ବିଭାଗ ଅନୁଯାୟୀ ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୮୭ ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏଥିରୁ ଗଞ୍ଜାମରୁ ସର୍ବାଧିକ ୩୦୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହି ପରି ଜଗତସିଂହପୁରରୁ ୫୯, ଭଦ୍ରକରୁ ୫୨, ନୟାଗଡରୁ ୩୫, ଝାରସୁଗୁଡାରୁ ୩୦, ଯାଜପୁରରୁ ୨୫, କଟକରୁ ୨୪, ଗଜପତିରୁ ୨୩, ମାଲକାନଗିରିରୁ ୧୮, କୋରାପୁଟରୁ ୧୭, କନ୍ଧମାଳରୁ ୧୬, କେନ୍ଦୁଝରରୁ ୧୪, ବରଗଡରୁ ୧୨ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।