ରାଜ୍ୟରେ କରୋନା ନେଲା ୬୯ ଜଣଙ୍କ ଜୀବନ
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୯୮୬ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୨୨୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୧ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ ରହିଛନ୍ତି । ଭଦ୍ରକ ଓ ଯାଜପୁରରୁ ୬ ଜଣ ଲେଖାଏଁ ରହିଛନ୍ତି । ଅନୁଗୁଳ, କେନ୍ଦ୍ରାପଡା, ଓ ଖୋର୍ଦ୍ଧାରୁ ୫ ଜଣ ଲେଖାଏଁ ରହିଛନ୍ତି । ପୁରୀରୁ ୪ ଜଣ, କେନ୍ଦୁଝର ଓ ମୟୁରଭଞ୍ଜରୁ ୩ ଜଣ ଲେଖାଁଏ ରହିଛନ୍ତି । ନୟାଗଡରୁ ଜଣେ ରହିଛନ୍ତି ।