ରାଜ୍ୟରେ କରୋନା ନେଲା ୬୯ ଜଣଙ୍କ ଜୀବନ
ଭୁବନେଶ୍ବର ,(ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୧୨୪୩ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୪୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨୧ଜଣ, କଟକ ଜିଲ୍ଲାରୁ ୧୩ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଓ ବାଲେଶ୍ୱର ଜିଲ୍ଲାରୁ ୬ଜଣ ଲେଖାଏଁ ରହିଛନ୍ତି। ବରଗଡ଼ ଓ କେନ୍ଦୁଝର ଜିଲ୍ଲାରୁ ୫ଜଣ ଲେଖାଏଁ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, ଦେବଗଡ଼ ଜିଲ୍ଲାରୁ ଜଣେ ରହିଛନ୍ତି ।