କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୬୨୩ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୭ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ କଟକ, ଜଗତସିଂହପୁର ଓ ଖୋର୍ଦ୍ଧ ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୦୨୪୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୭୩୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୬୩୨୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୨୫୬୬୮୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *