ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୪ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୭୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୩୫୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ୩ ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୨ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି ।

Leave a Reply

Your email address will not be published. Required fields are marked *