କୋଭିଡ୍ ନେଲା ଆଉ ୮ ଜଣଙ୍କ ଜୀବନ
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ୬୦୯ କୋଭିଡ଼ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୫୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ, ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ, ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।