କୋଭିଡ୍ ନେଲା ଆଉ ୮ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୭୬୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୭୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି l

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ଢେଙ୍କାନାଳ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବାଲେଶ୍ୱର, କେନ୍ଦୁଝର, କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave a Reply

Your email address will not be published. Required fields are marked *