ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୬ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୨୭୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୦ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୭ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୯ଜଣ, ଦେବଗଡ ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନୂଆପଡା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

Leave a Reply

Your email address will not be published. Required fields are marked *