ରାଜ୍ୟରେ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ମୃତ ୯ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ଅନୁଗୁଳ ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ , ବାଲେଶ୍ବରରୁ ଜଣେ ରହିଛନ୍ତି । ମତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ଜଣେ ୪୮ବର୍ଷୀୟ ମହିଳା, ୫୭ବର୍ଷୀୟ ପୁରୁଷ, ୫୭ବର୍ଷୀୟ ପୁରୁଷ, ୭୪ବର୍ଷୀୟ ମହିଳା ରହିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ୫୮ବର୍ଷୀୟ ପୁରୁଷ ରହିଛନ୍ତି । ରାୟଗଡ଼ା ଜିଲ୍ଲାରୁ ଦୁଇ ଜଣ ୬୫ ବର୍ଷୀୟ ପୁରୁଷ ରହିଛନ୍ତି । ସେହିପରି ଅନୁଗୁଳ ଜିଲ୍ଲାରୁ ଜଣେ ୪୪ ବର୍ଷୀୟ ମହିଳା ରହିଛନ୍ତି ।

ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୧୮୭୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୦୬୭୨ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୮୨ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୬୯୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published. Required fields are marked *