ଆଜି ଅନ୍ତର୍ଜାତୀୟ ଯୋଗ ଦିବସ
ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଆଜି ଆନ୍ତର୍ଜାତିକ ଯୋଗ ଦିବସ। ଏହି ଅବସରରେ ସମସ୍ତ ସାମାଜିକ ଦୂରତ୍ବ ନିୟମ ମାନି ଘରେ ପରିବାର ଲୋକଙ୍କ ସହିତ ଯୋଗ ଦିବସ ପାଳନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନସାଧାରଣଙ୍କୁ ନିବେଦନ କରିଛନ୍ତି।
ସପ୍ତମ ଅନ୍ତର୍ଜାତୀୟ ଯୋଗ ଦିବସ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଅନ୍ତର୍ଜାତୀୟ ଯୋଗ ଦିବସ ବିଶ୍ୱବ୍ୟାପୀ ଜୁନ ୨୧ ତାରିଖରେ ପାଳନ ହୁଏ । ଆନ୍ତର୍ଜାତିକ ସ୍ତରରେ ଏହାକୁ ପାଳନ କରିବା ପାଇଁ ମିଳିତ ଜାତିସଂଘ ଅଧିବେ୪ଶନ ଦ୍ୱାରା ଡିସେମ୍ବର ୧୧, ୨୦୧୪ରେ ସଂକଳ୍ପ ହୋଇଥିଲା। ଯୋଗ ମୂଲ୍ୟବୋଧକୁ ସମ୍ମାନ ଦେବା ସହ ବିଶ୍ୱର କୋଣ ଅନୁକୋଣେ ଯୋଗକୁ ପହଞ୍ଚାଇବା ପାଇଁ ଭାରତ ପ୍ରସ୍ତାବ ଦେଇଥିଲା। ମାନସିକ, ଶାରିରୀକ ଓ ମନସ୍ତାତ୍ତ୍ବିକ ଆହ୍ବାନଗୁଡିକର ସମ୍ମୁଖୀନ ହେବା ପାଇଁ ଯୋଗ ସାହାଯ୍ୟ କରିଥାଏ।