ଦେଶରେ କମୁଛି ସଂକ୍ରମଣ, ୫୦ ହଜାର ତଳକୁ ଖସିଲା ଦୈନିକ ମାମଲା
ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୧୮୩ ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୮୬୯୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୧୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୧୧୮୩ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧ ଲକ୍ଷ ୮୩ ହଜାର ୧୪୩ରେ ପହଞ୍ଚିଛି।