ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୩୯ ଜଣଙ୍କ ଜୀବନ
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୩୪୦୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ଜଣ ରହିଥିବା ବେଳେ କଟକ, ବରଗଡ଼, ନୟାଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମ, କେନ୍ଦ୍ରାପଡ଼ା, ମୟୁରଭଞ୍ଜ, ସୋନପୁର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ପୁରୀ ଜିଲ୍ଲାରୁ ଜଣେ ଆକ୍ରାନ୍ତ ରହିଛନ୍ତି ।