୯ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ମୌସୁମୀ ଜନିତ ବର୍ଷା ଜାରି ରହିଛି। ଆଜି କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଓ ଆଉ କିଛି ଜିଲ୍ଲାରେ ପ୍ରବଳ ‍ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଆଜି ଦକ୍ଷିଣ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲା ରାୟଗଡ଼ା, ମାଲକାନଗିରି, କୋରାପୁଟ ଓ କନ୍ଧମାଳର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହାସହ ଉପକୂଳ ଓଡ଼ିଶା ଓ ତତ୍‌ସଂଲଗ୍ନ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ମଧ୍ୟ ଝଡ଼ ତୋଫାନ ଓ ବଜ୍ରପାତ ସହ ବର୍ଷା ହୋଇପାରେ।

ରାଜ୍ୟରେ ମୌସୁମୀ ଜନିତ ବର୍ଷା ଜାରି ରହିଛି। ଆଜି କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଓ ଆଉ କିଛି ଜିଲ୍ଲାରେ ପ୍ରବଳ ‍ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଆଜି ଦକ୍ଷିଣ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲା ରାୟଗଡ଼ା, ମାଲକାନଗିରି, କୋରାପୁଟ ଓ କନ୍ଧମାଳର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହାସହ ଉପକୂଳ ଓଡ଼ିଶା ଓ ତତ୍‌ସଂଲଗ୍ନ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ମଧ୍ୟ ଝଡ଼ ତୋଫାନ ଓ ବଜ୍ରପାତ ସହ ବର୍ଷା ହୋଇପାରେ।

Leave a Reply

Your email address will not be published. Required fields are marked *