ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୩ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୩୩୧୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ରହିଥିବା ବେଳେ ବରଗଡ଼, ନୟାଗଡ଼, ପୁରୀ ୫ ଜଣ ରହିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଭଦ୍ରକ, ଗଞ୍ଜାମ, କଟକ ଜିଲ୍ଲାରୁ ୩ ଜଣ ରହିଛନ୍ତି । ସେହିପରି ଢେଙ୍କାନାଳ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର , କେନ୍ଦୁଝର , ମୟୁରଭଞ୍ଜ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave a Reply

Your email address will not be published. Required fields are marked *