ରାଜ୍ୟରେ କରୋନା ନେଲା ୬୪ ଜଣଙ୍କ ଜୀବନ
ଭୁବନେଶ୍ବର, (ଓଡିଶା ଟାଇମ୍): ୨୪ ଘଣ୍ଟା ମଧ୍ୟରେ ୧୪୩୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୯୬୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଭଦ୍ରକ, କଟକ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ ଲେଖାଏଁ ରହିଥିବା ବେଳେ ପୁରୀ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ ଲେଖାଏଁ ରହିଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଢେଙ୍କାନାଳ, ନୟାଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ, ବାଲେଶ୍ୱର, ବରଗଡ଼, ଝାରସୁଗୁଡ଼ା, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମ, ଜଗତସିଂହପୁର, ଯାଜପୁର , କନ୍ଧମାଳ, କୋରାପୁଟ, ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।