ରାଜ୍ୟରେ କରୋନା ନେଲା ୬୬ ଜଣଙ୍କ ଜୀବନ

ଭୁବନେଶ୍ବର,(ଓଡିଶା ଟାଇମ୍): ୨୪ ଘଣ୍ଟା ମଧ୍ୟରେ ୧୩୧୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୧୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୮ଜଣ, କଟକ ଜିଲ୍ଲାରୁ ୧୦ଜଣ , ପୁରୀ ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ଅନୁଗୁଳ ଜିଲ୍ଲାରୁ ୫ଜଣ, ଯାଜପୁର ଓ ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ବଲାଙ୍ଗୀର, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଢେଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave a Reply

Your email address will not be published. Required fields are marked *