ରାଜ୍ୟରେ କରୋନା ନେଲା ୬୬ ଜଣଙ୍କ ଜୀବନ
ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୮୬ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୫୦୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨୯ଜଣ, କଟକ ଜିଲ୍ଲାରୁ ୧୩ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ ରହିଛନ୍ତି । ଝାରସୁଗୁଡ଼ା, କଳାହାଣ୍ଡି, ସୋନପୁର, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।