ଦୈନିକ ସଂକ୍ରମଣରେ ହ୍ରାସ ; ଆଉ ୩୦,୯୪୧ ନୂଆ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କିଛି ଦିନ ହେବ ଦୈନିକ ସଂକ୍ରମଣ ୪୦ ହଜାର ଅତିକ୍ରମ କରୁଥିବା ବେଳେ ଗତକାଲି ତୁଳନାରେ ଆଜି ଏଥିରେ ହ୍ରାସ ହୋଇଥିବା ପରିଲକ୍ଷିତ ହୋଇଛି। ୨୪ଘଣ୍ଟାରେ ଆଉ ୩୦,୯୪୧ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ଚିକିତ୍ସାଧୀନ ଅବସ୍ଥାରେ ଆଉ ୩୫୦ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଦିନକରେ କେରଳରୁ ୧୯,୬୨୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୩୨ ଆକ୍ରାଙ୍କ ମୃତ୍ୟୁ ଘଟିଛି। ଦିନକରେ ଆଉ ୩୬,୨୭୫ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୩,୧୯,୫୯,୬୮୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୩,୭୦,୬୪୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୩୮,୫୬୦ ରେ ପହଞ୍ଚିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *