କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୬୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
NOTE: This list does not reflect deaths occurring on a particular day. It gives details of past deaths for which the death audit process has been duly completed and the cause of death has been identified as due to Covid-19.
— H & FW Dept Odisha (@HFWOdisha) September 7, 2021
ସୂଚନାଯୋଗ୍ୟ ଯେ, ରାଜ୍ୟରେ ସୋମବାର ସୁଦ୍ଧା ମୋଟ୍ ୧୦୧୨୧୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୯୯୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୯୭୦୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୪୭୭୧୩୨ସାମ୍ପୁଲ ଟେଷ୍ଟ୍ ହୋଇଛି ।