ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩୦ ହଜାରରୁ ଅଧିକ କରୋନା ପଜିଟିଭ୍
ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନାହିଁ। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୦୯ ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୦୭୭୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୩୦୯ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୪ ଲକ୍ଷ ୪୮ ହଜାର ୧୬୩ରେ ପହଞ୍ଚିଛି।
ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୪ ହଜାର ୮୩୮ରେ ପହଞ୍ଚିଛି। ଏବେ ଦେଶରେ ୩୩୨୧୫୮ ସକ୍ରିୟ ମାମଲା ରହିଛି ।ସେହିପରି ୩୨୬୭୧୧୬୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।