Skip to content
Post Views: 97
- ଭୁବନେଶ୍ବର, (ଓଡିଶା ଟାଇମ୍): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ଆଜି ପଶ୍ଚିମବଙ୍ଗର ଗାଙ୍ଗୀୟ ଉପତ୍ୟାକାର ପଶ୍ଚିମଭାଗ ଏବଂ ତା’ର ପାର୍ଶ୍ବବର୍ତ୍ତୀ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏହାସହିତ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ମଧ୍ୟଭାଗ ପର୍ଯ୍ୟନ୍ତ ବ୍ୟାପିଛି ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ, ଝାରସୁଗୁଡା ଏବଂ ବରଗଡ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହି ଜିଲାଗୁଡିକୁ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।