୨୪ ଘଣ୍ଟାରେ ବାହାରିଲେ ୪୪୮ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୪୪୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୨୧୪୪ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୯ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୮୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୯ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୧୩ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୪୮ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୧୯ଜଣ, ଯାଜପୁର ଜିଲ୍ଲାରୁ ୧୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୮ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୧୨ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍‌ରୁ ୫୧ଜଣ ରହିଛନ୍ତି ।

Leave a Reply

Your email address will not be published. Required fields are marked *