୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୩୫୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୪୬୩୪ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୯ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୪୯ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୪୭ ଜଣ ପଜିଟିଭ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୩ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୫ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୮୬ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ, ଷ୍ଟେଟ ପୁଲ୍ରୁ ୪୬ଜଣ ରହିଛନ୍ତି ।