ବିଜେଡିରେ ମିଶିଲେ ପ୍ରଦୀପ ମାଝୀ

ଭୁବନେଶ୍ବର, (ଓଡିଶା ଟାଇମ୍): ବିଜେଡିରେ ମିଶିଲେ ପ୍ରଦୀପ ମାଝୀ । ବିଜୁ ବାବୁଙ୍କ ଫଟୋ ଚିତ୍ର ସମ୍ମୁଖରେ ପ୍ରଦୀପ ପ୍ରଜ୍ଜ୍ୱଳନ କରିବା ପରେ ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ଯୋଗଦେଲେ ପ୍ରଦୀପ ମାଝୀ। ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଦଳୀୟ ଉତ୍ତରାୟ ପକାଇ ପ୍ରଦୀପ ମାଝୀଙ୍କୁ ଦଳରେ ସାମିଲ କରିଛନ୍ତି ।

କିଛି ଦିନ ତଳେ ପ୍ରଦୀପ କଂଗ୍ରେସରୁ ଇସ୍ତଫା ଦେଇଥିବା ବେଳେ ତାଙ୍କ ସହ ଇସ୍ତଫା ଦେଇଥିଲେ ହଜାର ହଜାର ସମର୍ଥକ । ବିଜେଡିରେ ଯୋଗଦାନ କରିବା ନେଇ ପ୍ରଦୀପ ପୂର୍ବରୁ ଘୋଷଣା କରିଥିଲେ ।  ଏହାପରେ ଆଜି ପ୍ରଦୀପ ଓ ତାଙ୍କ ସମର୍ଥକମାନେ ନବରଙ୍ଗପୁର ସହର ଚାଉଁରିଆଗୁଡା ଛକଠାରୁ ଏକ ବିଶାଳ ରାଲିରେ ନବରଙ୍ଗପୁର ସହର ପରିକ୍ରମା କରି ମାଝୀଗୁଡାଠାରେ ପହଞ୍ଚିଥିଲେ । ଏଠାରେ ସେ ବିଧିବଦ୍ଧ ଭାବେ ବିଜେଡିରେ ଯୋଗଦେଇଛନ୍ତି ।  ଏହି ମିଶ୍ରଣ ପର୍ବରେ ଅନେକ କର୍ମୀ ବିଜେଡିରେ ସାମିଲ ହୋଇଛନ୍ତି । ଏହି କାର୍ଯ୍ୟକ୍ରମରେ ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଉପସ୍ଥିତ ରହିଥିଲେ । । ବିଜୁ ବାବୁଙ୍କ ଫଟୋ ଚିତ୍ର ସମ୍ମୁଖରେ ପ୍ରଦୀପ ପ୍ରଜ୍ବଳନ କରିବା ପରେ ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ଯୋଗଦେଇଛନ୍ତି ପ୍ରଦୀପ ମାଝୀ।

Leave a Reply

Your email address will not be published. Required fields are marked *