୨୪ ଘଣ୍ଟାରେ ୨ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟାରେ ୩୫୫ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୨ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୦୧ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୮୦୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୪୦୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୭୧୫୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୪୫୪୫୯୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *